22ଯେ ବାକ୍ୟ ଶୁଣେ, ପୁଣି, ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ।
23କିନ୍ତୁ ଯେ ବାକ୍ୟ ଶୁଣି ବୁଝେ ଓ ପ୍ରକୃତରେ ଫଳ ଫଳେ, କେହି ଶହେ ଗୁଣ, କେହି ଷାଠିଏ ଗୁଣ, କେହି ତିରିଶ ଗୁଣ, ସେହି ଜଣକ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ।”
24ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, “ସ୍ୱର୍ଗରାଜ୍ୟ ଆପଣା କ୍ଷେତରେ ଭଲ ବିହନ ବୁଣାଯାଇଥିବା ଜଣେ ବ୍ୟକ୍ତିଙ୍କ ସଦୃଶ;
25ମାତ୍ର ଲୋକେ ନିଦ୍ରା ଯାଇଥିବା ସମୟରେ ତାହାଙ୍କ ଶତ୍ରୁ ଆସି ସେହି ଗହମ ମଧ୍ୟରେ ବାଳୁଙ୍ଗା ବୁଣିଦେଇ ଚାଲିଗଲେ।
26ଯେତେବେଳେ ପତ୍ର ବାହାରି ଫଳ ଫଳିବାକୁ ଲାଗିଲା, ସେତେବେଳେ ବାଳୁଙ୍ଗା ମଧ୍ୟ ଦେଖାଗଲା।