23କିନ୍ତୁ ଯେ ବାକ୍ୟ ଶୁଣି ବୁଝେ ଓ ପ୍ରକୃତରେ ଫଳ ଫଳେ, କେହି ଶହେ ଗୁଣ, କେହି ଷାଠିଏ ଗୁଣ, କେହି ତିରିଶ ଗୁଣ, ସେହି ଜଣକ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ।”
24ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, “ସ୍ୱର୍ଗରାଜ୍ୟ ଆପଣା କ୍ଷେତରେ ଭଲ ବିହନ ବୁଣାଯାଇଥିବା ଜଣେ ବ୍ୟକ୍ତିଙ୍କ ସଦୃଶ;
25ମାତ୍ର ଲୋକେ ନିଦ୍ରା ଯାଇଥିବା ସମୟରେ ତାହାଙ୍କ ଶତ୍ରୁ ଆସି ସେହି ଗହମ ମଧ୍ୟରେ ବାଳୁଙ୍ଗା ବୁଣିଦେଇ ଚାଲିଗଲେ।
26ଯେତେବେଳେ ପତ୍ର ବାହାରି ଫଳ ଫଳିବାକୁ ଲାଗିଲା, ସେତେବେଳେ ବାଳୁଙ୍ଗା ମଧ୍ୟ ଦେଖାଗଲା।
27ସେଥିରେ ଘରମାଲିକଙ୍କ ଦାସମାନେ ତାହାଙ୍କ ପାଖକୁ ଆସି କହିଲେ, ‘ସାଆନ୍ତେ, ଆପଣ କଅଣ ନିଜ କ୍ଷେତରେ ଭଲ ବିହନ ବୁଣି ନ ଥିଲେ? ତେବେ ବାଳୁଙ୍ଗାଗୁଡ଼ାକ କେଉଁଠାରୁ ହେଲା?’