25ମାତ୍ର ଲୋକେ ନିଦ୍ରା ଯାଇଥିବା ସମୟରେ ତାହାଙ୍କ ଶତ୍ରୁ ଆସି ସେହି ଗହମ ମଧ୍ୟରେ ବାଳୁଙ୍ଗା ବୁଣିଦେଇ ଚାଲିଗଲେ।
26ଯେତେବେଳେ ପତ୍ର ବାହାରି ଫଳ ଫଳିବାକୁ ଲାଗିଲା, ସେତେବେଳେ ବାଳୁଙ୍ଗା ମଧ୍ୟ ଦେଖାଗଲା।
27ସେଥିରେ ଘରମାଲିକଙ୍କ ଦାସମାନେ ତାହାଙ୍କ ପାଖକୁ ଆସି କହିଲେ, ‘ସାଆନ୍ତେ, ଆପଣ କଅଣ ନିଜ କ୍ଷେତରେ ଭଲ ବିହନ ବୁଣି ନ ଥିଲେ? ତେବେ ବାଳୁଙ୍ଗାଗୁଡ଼ାକ କେଉଁଠାରୁ ହେଲା?’
28ସେ ସେମାନଙ୍କୁ କହିଲେ, ‘ଜଣେ ଶତ୍ରୁ ଏହା କରିଅଛି।’ ପୁଣି, ଦାସମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ଯାଇ ସେଗୁଡ଼ାକ ଉପାଡ଼ି ଏକାଠି କରୁ, ଏହା କଅଣ ଆପଣଙ୍କର ଇଚ୍ଛା?
29କିନ୍ତୁ ସେ କହିଲେ, ‘ନା, କାଳେ ତୁମ୍ଭେମାନେ ବାଳୁଙ୍ଗା ଏକାଠି କରୁ କରୁ ସେଗୁଡ଼ାକ ସାଙ୍ଗରେ ଗହମ ଉପାଡ଼ି ପକାଇବ।