30ଶସ୍ୟ ନ କାଟିବା ଯାଏ ଦୁହିଁକୁ ଏକାଠି ବଢ଼ିବାକୁ ଛାଡ଼ିଦିଅ, ଆଉ ଶସ୍ୟ କାଟିବା ସମୟରେ ମୁଁ କଟାଳିମାନଙ୍କୁ କହିବି, ପୋଡ଼ିବା ପାଇଁ ଆଗେ ବାଳୁଙ୍ଗା ଏକାଠି କରି ବିଡ଼ା ବାନ୍ଧ, କିନ୍ତୁ ଗହମ ମୋ ଅମାରରେ ସଂଗ୍ରହ କରି ରଖ।’”
31ସେ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, “ସ୍ୱର୍ଗରାଜ୍ୟ ଏପ୍ରକାର ଗୋଟିଏ ସୋରିଷ ଦାନା ପରି, ଯାହା ନେଇ ଜଣେ ଲୋକ ଆପଣା କ୍ଷେତ୍ରରେ ବୁଣିଲା।
32ତାହା ତ ସବୁ ବୀଜଠାରୁ କ୍ଷୁଦ୍ର, ମାତ୍ର ତାହା ବଢ଼ିଲେ ସବୁ ଶାକଠାରୁ ବଡ଼ ହୋଇ ଏପରି ଗଛ ହୁଏ ଯେ, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କରନ୍ତି।”
33ସେ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ, “ସ୍ୱର୍ଗରାଜ୍ୟ ଖମୀର ସଦୃଶ; ଜଣେ ସ୍ତ୍ରୀ ତାହା ନେଇ ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା ଆଉ ସେ ଶେଷରେ ସମସ୍ତ ଖମୀରମୟ ହେଲା।”
34ଏହି ସମସ୍ତ କଥା ଯୀଶୁ ଦୃଷ୍ଟାନ୍ତ ଦ୍ୱାରା ଲୋକସମୂହକୁ କହିଲେ, ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କୁ କିଛି କହୁ ନ ଥିଲେ,