33ସେ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ, “ସ୍ୱର୍ଗରାଜ୍ୟ ଖମୀର ସଦୃଶ; ଜଣେ ସ୍ତ୍ରୀ ତାହା ନେଇ ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା ଆଉ ସେ ଶେଷରେ ସମସ୍ତ ଖମୀରମୟ ହେଲା।”
34ଏହି ସମସ୍ତ କଥା ଯୀଶୁ ଦୃଷ୍ଟାନ୍ତ ଦ୍ୱାରା ଲୋକସମୂହକୁ କହିଲେ, ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କୁ କିଛି କହୁ ନ ଥିଲେ,
35ଯେପରି ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ଆମ୍ଭେ ଆପଣା ମୁଖ ଫିଟାଇ ଦୃଷ୍ଟାନ୍ତ ଦ୍ୱାରା କଥା କହିବା, ଜଗତ ସୃଷ୍ଟି ଦିନରୁ ଗୁପ୍ତ ବିଷୟସବୁ ବ୍ୟକ୍ତ କରିବା।
36ପରେ ସେ ଲୋକମାନଙ୍କୁ ପରିତ୍ୟାଗ କରି ଗୃହରେ ପ୍ରବେଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, କ୍ଷେତର ବାଳୁଙ୍ଗାର ଦୃଷ୍ଟାନ୍ତ ଆମ୍ଭମାନଙ୍କୁ ସ୍ପଷ୍ଟ ରୂପେ ବୁଝାଇ ଦିଅନ୍ତୁ।
37ସେ ଉତ୍ତର ଦେଲେ, “ଉତ୍ତମ ବିହନ ଯେ ବୁଣନ୍ତି ସେ ମନୁଷ୍ୟପୁତ୍ର;