38କ୍ଷେତ ଜଗତ; ଭଲ ବିହନ ରାଜ୍ୟର ସନ୍ତାନମାନେ; ବାଳୁଙ୍ଗା ପାପାତ୍ମାର ସନ୍ତାନମାନେ;
39ଯେଉଁ ଶତ୍ରୁ ତାହା ବୁଣିଲା, ସେ ଶୟତାନ; ଶସ୍ୟ କାଟିବା ସମୟ ଯୁଗାନ୍ତ, ପୁଣି, କଟାଳିସବୁ ଦୂତମାନେ।
40ଅତଏବ, ବାଳୁଙ୍ଗା ଯେପରି ଏକାଠି କରାଯାଇ ନିଆଁରେ ପୋଡ଼ାଯାଏ ଯୁଗାନ୍ତ ସମୟରେ ସେପରି ଘଟିବ।
41ମନୁଷ୍ୟପୁତ୍ର ଆପଣା ଦୂତମାନଙ୍କୁ ପଠାଇବେ, ଆଉ ସେମାନେ ତାହାଙ୍କ ରାଜ୍ୟରୁ ସମସ୍ତ ବିଘ୍ନଜନକ ବିଷୟ ଓ ଅଧର୍ମାଚାରୀମାନଙ୍କୁ ସଂଗ୍ରହ କରିବେ,
42ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ଫୋପାଡ଼ି ଦେବେ, ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।