41ମନୁଷ୍ୟପୁତ୍ର ଆପଣା ଦୂତମାନଙ୍କୁ ପଠାଇବେ, ଆଉ ସେମାନେ ତାହାଙ୍କ ରାଜ୍ୟରୁ ସମସ୍ତ ବିଘ୍ନଜନକ ବିଷୟ ଓ ଅଧର୍ମାଚାରୀମାନଙ୍କୁ ସଂଗ୍ରହ କରିବେ,
42ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ଫୋପାଡ଼ି ଦେବେ, ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।
43ସେତେବେଳେ ଧାର୍ମିକମାନେ ସେମାନଙ୍କ ପିତାଙ୍କ ରାଜ୍ୟରେ ସୂର୍ଯ୍ୟ ପରି ତେଜୋମୟ ଦେଖାଯିବେ। ଯାହାର କାନ ଅଛି, ସେ ଶୁଣୁ।”
44“ସ୍ୱର୍ଗରାଜ୍ୟ କ୍ଷେତ୍ରରେ ଗୁପ୍ତ ହୋଇଥିବା ଧନ ସଦୃଶ। ଜଣେ ଲୋକ ତାହା ଦେଖି ଗୋପନ କରି ରଖିଲା ଓ ଆନନ୍ଦରେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ସେହି କ୍ଷେତ୍ରକୁ କ୍ରୟ କଲା।”
45“ପୁନଶ୍ଚ, ସ୍ୱର୍ଗରାଜ୍ୟ ଉତ୍ତମ ଉତ୍ତମ ମୁକ୍ତା ଅନ୍ୱେଷଣ କରୁଥିବା ଜଣେ ବଣିକ ଭଳି।