ମାଥିଉ 13

ଗୋଟିଏ ବହୁମୂଲ୍ୟ ମୁକ୍ତା ଦେଖି ସେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ସେହି ମୁକ୍ତାକୁ କ୍ରୟ କଲା।”

Matthew 13:46 (UKJV) Who, when he had found one pearl of great price, went and sold all that he had, and bought it.

44“ସ୍ୱର୍ଗରାଜ୍ୟ କ୍ଷେତ୍ରରେ ଗୁପ୍ତ ହୋଇଥିବା ଧନ ସଦୃଶ। ଜଣେ ଲୋକ ତାହା ଦେଖି ଗୋପନ କରି ରଖିଲା ଓ ଆନନ୍ଦରେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ସେହି କ୍ଷେତ୍ରକୁ କ୍ରୟ କଲା।”

45“ପୁନଶ୍ଚ, ସ୍ୱର୍ଗରାଜ୍ୟ ଉତ୍ତମ ଉତ୍ତମ ମୁକ୍ତା ଅନ୍ୱେଷଣ କରୁଥିବା ଜଣେ ବଣିକ ଭଳି।

46ଗୋଟିଏ ବହୁମୂଲ୍ୟ ମୁକ୍ତା ଦେଖି ସେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ସେହି ମୁକ୍ତାକୁ କ୍ରୟ କଲା।”

47“ପୁନଶ୍ଚ, ସ୍ୱର୍ଗରାଜ୍ୟ ସମୁଦ୍ରରେ ନିକ୍ଷିପ୍ତ ସର୍ବ ପ୍ରକାର ମତ୍ସ୍ୟ ସଂଗ୍ରହକାରୀ ଗୋଟିଏ ଟଣା ଜାଲ ସଦୃଶ।

48ତାହା ପୂର୍ଣ୍ଣ ହୁଅନ୍ତେ ଲୋକେ କୂଳକୁ ଟାଣି ଆଣିଲେ ପୁଣି, ବସି ଭଲଯାକ ଖାଳୋଇରେ ଏକାଠି କରି ରଖିଲେ କିନ୍ତୁ ମନ୍ଦଗୁଡ଼ାକ ଫୋପାଡ଼ିଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.