47“ପୁନଶ୍ଚ, ସ୍ୱର୍ଗରାଜ୍ୟ ସମୁଦ୍ରରେ ନିକ୍ଷିପ୍ତ ସର୍ବ ପ୍ରକାର ମତ୍ସ୍ୟ ସଂଗ୍ରହକାରୀ ଗୋଟିଏ ଟଣା ଜାଲ ସଦୃଶ।
48ତାହା ପୂର୍ଣ୍ଣ ହୁଅନ୍ତେ ଲୋକେ କୂଳକୁ ଟାଣି ଆଣିଲେ ପୁଣି, ବସି ଭଲଯାକ ଖାଳୋଇରେ ଏକାଠି କରି ରଖିଲେ କିନ୍ତୁ ମନ୍ଦଗୁଡ଼ାକ ଫୋପାଡ଼ିଦେଲେ।
49ଯୁଗାନ୍ତ ସମୟରେ ସେହିପରି ଘଟିବ; ଦୂତମାନେ ବାହାରି ଆସି ଧାର୍ମିକମାନଙ୍କ ମଧ୍ୟରୁ ଦୁଷ୍ଟମାନଙ୍କୁ ପୃଥକ୍ କରିବେ,
50ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ପକାଇଦେବେ; ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।”
51“ତୁମ୍ଭେମାନେ କଅଣ ଏହିସବୁ କଥା ବୁଝିଲ” ସେମାନେ ତାହାଙ୍କୁ କହିଲେ ହଁ।