48ତାହା ପୂର୍ଣ୍ଣ ହୁଅନ୍ତେ ଲୋକେ କୂଳକୁ ଟାଣି ଆଣିଲେ ପୁଣି, ବସି ଭଲଯାକ ଖାଳୋଇରେ ଏକାଠି କରି ରଖିଲେ କିନ୍ତୁ ମନ୍ଦଗୁଡ଼ାକ ଫୋପାଡ଼ିଦେଲେ।
49ଯୁଗାନ୍ତ ସମୟରେ ସେହିପରି ଘଟିବ; ଦୂତମାନେ ବାହାରି ଆସି ଧାର୍ମିକମାନଙ୍କ ମଧ୍ୟରୁ ଦୁଷ୍ଟମାନଙ୍କୁ ପୃଥକ୍ କରିବେ,
50ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ପକାଇଦେବେ; ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।”
51“ତୁମ୍ଭେମାନେ କଅଣ ଏହିସବୁ କଥା ବୁଝିଲ” ସେମାନେ ତାହାଙ୍କୁ କହିଲେ ହଁ।
52ସେଥିରେ ସେ ସେମାନଙ୍କୁ କହିଲେ, “ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ଡାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ, ସ୍ୱର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ।”