50ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ପକାଇଦେବେ; ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।”
51“ତୁମ୍ଭେମାନେ କଅଣ ଏହିସବୁ କଥା ବୁଝିଲ” ସେମାନେ ତାହାଙ୍କୁ କହିଲେ ହଁ।
52ସେଥିରେ ସେ ସେମାନଙ୍କୁ କହିଲେ, “ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ଡାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ, ସ୍ୱର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ।”
53ଯୀଶୁ ଏହି ସମସ୍ତ ଦୃଷ୍ଟାନ୍ତ ସମାପ୍ତ କଲା ପରେ ସେହି ସ୍ଥାନରୁ ଚାଲିଗଲେ।
54ଆଉ, ସେ ନିଜ ପୈତୃକ ନଗରକୁ ଆସି ଲୋକମାନଙ୍କୁ ସେମାନଙ୍କ ସମାଜଗୃହରେ ଏପରି ଶିକ୍ଷା ଦେଲେ ଯେ, ସେମାନେ ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ଏ ଲୋକର ଏପରି ବୁଦ୍ଧି ଓ ଶକ୍ତିର କାର୍ଯ୍ୟ କେଉଁଠାରୁ ହେଲା?