ମାଥିଉ 13

ଆଉ, ଏହାର ଭଉଣୀମାନେ କଅଣ ସମସ୍ତେ ଆମ୍ଭମାନଙ୍କ ସାଙ୍ଗରେ ନାହାନ୍ତି? ତେବେ ସେ ଏହିସବୁ କେଉଁଠୁ ପାଇଲା?

Matthew 13:56 (UKJV) And his sisters, are they not all with us? Whence then has this man all these things?

54ଆଉ, ସେ ନିଜ ପୈତୃକ ନଗରକୁ ଆସି ଲୋକମାନଙ୍କୁ ସେମାନଙ୍କ ସମାଜଗୃହରେ ଏପରି ଶିକ୍ଷା ଦେଲେ ଯେ, ସେମାନେ ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ଏ ଲୋକର ଏପରି ବୁଦ୍ଧି ଓ ଶକ୍ତିର କାର୍ଯ୍ୟ କେଉଁଠାରୁ ହେଲା?

55ଏ କି ସେହି ବଢ଼େଇର ପୁଅ ନୁହେଁ? ଏହାର ମାଆ ନାମ କଅଣ ମରୀୟମ ନୁହେଁ? ପୁଣି, ଏହାର ଭାଇମାନଙ୍କ ନାମ କଅଣ ଯାକୁବ, ଯୋଷେଫ, ଶିମୋନ ଓ ଯିହୂଦା ନୁହେଁ?

56ଆଉ, ଏହାର ଭଉଣୀମାନେ କଅଣ ସମସ୍ତେ ଆମ୍ଭମାନଙ୍କ ସାଙ୍ଗରେ ନାହାନ୍ତି? ତେବେ ସେ ଏହିସବୁ କେଉଁଠୁ ପାଇଲା?

57ଆଉ, ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ। କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ଭାବବାଦୀ ନିଜ ପୈତୃକ ନଗର ଓ ସ୍ୱପରିବାର ବିନା ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ।”

58ଆଉ, ସେ ସେମାନଙ୍କର ଅବିଶ୍ୱାସ ହେତୁ ସେଠାରେ ଅନେକ ମହତର କାର୍ଯ୍ୟ କଲେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.