26ପୁଣି, ଶିଷ୍ୟମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବାର ଦେଖି ଉଦ୍ବିଗ୍ନ ହୋଇ କହିଲେ, ଏ ତ ଭୂତ; ଆଉ, ସେମାନେ ଭୟରେ ଚିତ୍କାର କଲେ।
27କିନ୍ତୁ ଯୀଶୁ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି କହିଲେ “ସାହସ ଧର ଏ ତ ମୁଁ, ଭୟ କର ନାହିଁ।”
28ସେଥିରେ ପିତର ଉତ୍ତର ଦେଲେ, ହେ ପ୍ରଭୁ, ଯେବେ ଆପଣ, ତେବେ ଜଳ ଉପରେ ଆପଣଙ୍କ ପାଖକୁ ଯିବା ପାଇଁ ମୋତେ ଆଜ୍ଞା କରନ୍ତୁ।
29ସେ କହିଲେ, “ଆସ।” ସେଥିରେ ପିତର ନୌକାରୁ ଓହ୍ଲାଇ ଜଳ ଉପରେ ଚାଲି ଯୀଶୁଙ୍କ ପାଖକୁ ଗଲେ।
30ମାତ୍ର ସେ ପବନ ଦେଖି ଭୟ କଲେ, ପୁଣି, ବୁଡ଼ି ଯାଉ ଯାଉ ଚିତ୍କାର କରି କହିଲେ, ହେ ପ୍ରଭୁ, ମୋତେ ରକ୍ଷା କରନ୍ତୁ।