31ଯୀଶୁ ସେହିକ୍ଷଣି ହାତ ବଢ଼ାଇ ତାହାକୁ ଧରି କହିଲେ, “ହେ ଅଳ୍ପ ବିଶ୍ୱାସୀ କାହିଁକି ସନ୍ଦେହ କଲ?”
32ପୁଣି, ସେମାନେ ନୌକାରେ ଚଢ଼ନ୍ତେ, ପବନ ବନ୍ଦ ହେଲା।
33ସେଥିରେ ନୌକାରେ ଥିବା ଲୋକମାନେ ତାହାଙ୍କୁ ପ୍ରଣାମ କରି କହିଲେ, ଆପଣ ନିଶ୍ଚୟ ଈଶ୍ବରଙ୍କ ପୁତ୍ର।
34ସେମାନେ ସମୁଦ୍ର ପାର ହୋଇ ଗିନ୍ନେସରତ ଅଞ୍ଚଳରେ ପହଞ୍ଚିଲେ।
35ପୁଣି, ସେହି ସ୍ଥାନର ଲୋକମାନେ ତାହାଙ୍କୁ ଚିହ୍ନି ସେଥିର ଚତୁର୍ଦ୍ଦିଗସ୍ଥ ସମସ୍ତ ଅଞ୍ଚଳକୁ ସମ୍ବାଦ ପଠାଇଲେ ଏବଂ ଲୋକେ ସମସ୍ତ ରୋଗୀଙ୍କୁ ତାହାଙ୍କ ନିକଟକୁ ଆଣିଲେ;