33ସେଥିରେ ନୌକାରେ ଥିବା ଲୋକମାନେ ତାହାଙ୍କୁ ପ୍ରଣାମ କରି କହିଲେ, ଆପଣ ନିଶ୍ଚୟ ଈଶ୍ବରଙ୍କ ପୁତ୍ର।
34ସେମାନେ ସମୁଦ୍ର ପାର ହୋଇ ଗିନ୍ନେସରତ ଅଞ୍ଚଳରେ ପହଞ୍ଚିଲେ।
35ପୁଣି, ସେହି ସ୍ଥାନର ଲୋକମାନେ ତାହାଙ୍କୁ ଚିହ୍ନି ସେଥିର ଚତୁର୍ଦ୍ଦିଗସ୍ଥ ସମସ୍ତ ଅଞ୍ଚଳକୁ ସମ୍ବାଦ ପଠାଇଲେ ଏବଂ ଲୋକେ ସମସ୍ତ ରୋଗୀଙ୍କୁ ତାହାଙ୍କ ନିକଟକୁ ଆଣିଲେ;
36ଆଉ, ସେମାନେ ଯେପରି କେବଳ ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଅନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଛୁଇଁଲେ ସମସ୍ତେ ସୁସ୍ଥ ହେଲେ।