18କିନ୍ତୁ ମୁଖରୁ ଯାହାସବୁ ବାହାରେ, ତାହା ହୃଦୟରୁ ବାହାରେ ଓ ତାହା ହିଁ ମନୁଷ୍ୟକୁ ଅଶୁଚି କରେ।
19କାରଣ ହୃଦୟରୁ କୁଚିନ୍ତା, ନରହତ୍ୟା, ବ୍ୟଭିଚାର, ବେଶ୍ୟାଗମନ, ଚୋରି, ମିଥ୍ୟା ସାକ୍ଷ୍ୟ ଓ ନିନ୍ଦା ବାହାରେ;
20ଏହି ସମସ୍ତ ହିଁ ମନୁଷ୍ୟକୁ ଅଶୁଚି କରେ, କିନ୍ତୁ ଅଧୁଆ ହାତରେ ଖାଇବା ମନୁଷ୍ୟକୁ ଅଶୁଚି କରେ ନାହିଁ।”
21ଯୀଶୁ ସେହି ସ୍ଥାନରୁ ଅଲଗା ହୋଇ ସୋର ଓ ସୀଦୋନ ଅଞ୍ଚଳକୁ ଚାଲିଗଲେ।
22ଆଉ ଦେଖ, ସେହି ସୀମାରୁ ଜଣେ କିଣାନୀୟ ସ୍ତ୍ରୀ ଆସି ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ପ୍ରଭୁ, ଦାଉଦଙ୍କ ସନ୍ତାନ, ମୋତେ ଦୟା କରନ୍ତୁ, ମୋହର ଝିଅଟି ଅତି ଭୟଙ୍କର ଭାବରେ ଭୂତ ଦ୍ୱାରା କଷ୍ଟ ପାଉଅଛି।