23କିନ୍ତୁ ଯୀଶୁ ତାହାକୁ ପଦେ ହେଲେ ଉତ୍ତର ଦେଲେ ନାହିଁ। ଆଉ ତାହାଙ୍କ ଶିଷ୍ୟମାନେ ଆସି ତାହାଙ୍କୁ ଅନୁରୋଧ କରି କହିବାକୁ ଲାଗିଲେ, ଏହାକୁ ବିଦାୟ କରନ୍ତୁ, କାରଣ ଏ ଆମ୍ଭମାନଙ୍କ ପଛେ ପଛେ ଚିତ୍କାର କରୁଅଛି।
24କିନ୍ତୁ ଯୀଶୁ ଉତ୍ତର ଦେଲେ, “ମୁଁ ଇସ୍ରାଏଲ ବଂଶର ହଜିଯାଇଥିବା ମେଷମାନଙ୍କ ବିନା ଆଉ କାହା ନିକଟକୁ ପ୍ରେରିତ ହୋଇ ନାହିଁ।”
25କିନ୍ତୁ ସେହି ସ୍ତ୍ରୀ ଆସି ତାହାଙ୍କୁ ପ୍ରଣାମ କରି କହିବାକୁ ଲାଗିଲା, ହେ ପ୍ରଭୁ, ମୋହର ଉପକାର କରନ୍ତୁ।
26ମାତ୍ର ସେ ଉତ୍ତର ଦେଲେ, “ସନ୍ତାନମାନଙ୍କ ଆହାର ନେଇ କୁକୁରମାନଙ୍କ ପାଖରେ ପକାଇବା ଉଚିତ୍ ନୁହେଁ।”
27କିନ୍ତୁ ସେ କହିଲା, ହଁ, ପ୍ରଭୁ, କାରଣ କୁକୁରମାନେ ତ ନିଜ ନିଜ ପ୍ରଭୁଙ୍କ ମେଜରୁ ପଡ଼ିବା ଅଇଁଠା ଖାଆନ୍ତି।