25କିନ୍ତୁ ସେହି ସ୍ତ୍ରୀ ଆସି ତାହାଙ୍କୁ ପ୍ରଣାମ କରି କହିବାକୁ ଲାଗିଲା, ହେ ପ୍ରଭୁ, ମୋହର ଉପକାର କରନ୍ତୁ।
26ମାତ୍ର ସେ ଉତ୍ତର ଦେଲେ, “ସନ୍ତାନମାନଙ୍କ ଆହାର ନେଇ କୁକୁରମାନଙ୍କ ପାଖରେ ପକାଇବା ଉଚିତ୍ ନୁହେଁ।”
27କିନ୍ତୁ ସେ କହିଲା, ହଁ, ପ୍ରଭୁ, କାରଣ କୁକୁରମାନେ ତ ନିଜ ନିଜ ପ୍ରଭୁଙ୍କ ମେଜରୁ ପଡ଼ିବା ଅଇଁଠା ଖାଆନ୍ତି।
28ସେଥିରେ ଯୀଶୁ ଉତ୍ତର ଦେଲେ, “ଗୋ ନାରୀ, ତୁମ୍ଭର ବଡ଼ ବିଶ୍ୱାସ, ତୁମ୍ଭର ଇଚ୍ଛାନୁସାରେ ତୁମ୍ଭ ପ୍ରତି ଘଟୁ।” ସେହି ମୁହୂର୍ତ୍ତରୁ ତାହାର କନ୍ୟା ସୁସ୍ଥ ହେଲା।
29ଯୀଶୁ ସେଠାରୁ ପ୍ରସ୍ଥାନ କରି ଗାଲିଲୀ ସମୁଦ୍ର ନିକଟକୁ ଆସିଲେ, ଆଉ ପର୍ବତ ଉପରକୁ ଯାଇ ସେଠାରେ ବସିଲେ।