ମାଥିଉ 15

ପୁଣି, ବହୁସଂଖ୍ୟକ ଲୋକ ଖଞ୍ଜ, ପଙ୍ଗୁ, ଅନ୍ଧ, ମୂକ ଓ ଅନ୍ୟାନ୍ୟ ଅନେକଙ୍କୁ ସାଙ୍ଗରେ ଘେନି ତାହାଙ୍କ ଛାମୁକୁ ଆସିଲେ ଏବଂ ସେମାନଙ୍କୁ ତାହାଙ୍କ ପାଦ ତଳେ ଥୋଇଦେଲେ, ପୁଣି, ସେ ସେମାନଙ୍କୁ ସୁସ୍ଥ କଲେ।

Matthew 15:30 (UKJV) And great multitudes came unto him, having with them those that were lame, blind, dumb, physically disabled, and many others, and cast them down at Jesus' feet; and he healed them:

28ସେଥିରେ ଯୀଶୁ ଉତ୍ତର ଦେଲେ, “ଗୋ ନାରୀ, ତୁମ୍ଭର ବଡ଼ ବିଶ୍ୱାସ, ତୁମ୍ଭର ଇଚ୍ଛାନୁସାରେ ତୁମ୍ଭ ପ୍ରତି ଘଟୁ।” ସେହି ମୁହୂର୍ତ୍ତରୁ ତାହାର କନ୍ୟା ସୁସ୍ଥ ହେଲା।

29ଯୀଶୁ ସେଠାରୁ ପ୍ରସ୍ଥାନ କରି ଗାଲିଲୀ ସମୁଦ୍ର ନିକଟକୁ ଆସିଲେ, ଆଉ ପର୍ବତ ଉପରକୁ ଯାଇ ସେଠାରେ ବସିଲେ।

30ପୁଣି, ବହୁସଂଖ୍ୟକ ଲୋକ ଖଞ୍ଜ, ପଙ୍ଗୁ, ଅନ୍ଧ, ମୂକ ଓ ଅନ୍ୟାନ୍ୟ ଅନେକଙ୍କୁ ସାଙ୍ଗରେ ଘେନି ତାହାଙ୍କ ଛାମୁକୁ ଆସିଲେ ଏବଂ ସେମାନଙ୍କୁ ତାହାଙ୍କ ପାଦ ତଳେ ଥୋଇଦେଲେ, ପୁଣି, ସେ ସେମାନଙ୍କୁ ସୁସ୍ଥ କଲେ।

31ଏହି ରୂପେ ମୂକମାନେ ଯେ କଥା କହୁଅଛନ୍ତି, ପଙ୍ଗୁମାନେ ସୁସ୍ଥ ହୋଇଅଛନ୍ତି, ଖଞ୍ଜମାନେ ଚାଲୁଅଛନ୍ତି ଓ ଅନ୍ଧମାନେ ଦେଖୁଅଛନ୍ତି, ଏହା ଦେଖି ଲୋକସମୂହ ଚମତ୍କୃତ ହେଲେ, ପୁଣି, ଇସ୍ରାଏଲର ଈଶ୍ବରଙ୍କ ମହିମା କୀର୍ତ୍ତନ କଲେ।

32ଆଉ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, “ଏହି ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ; କାଳେ ବାଟରେ ଏମାନେ ମୂର୍ଚ୍ଛା ହୋଇଯାଇପାରନ୍ତି, ଏଥିପାଇଁ ସେମାନଙ୍କୁ ଅନାହାରରେ ବିଦାୟ ଦେବାକୁ ମୋହର ଇଚ୍ଛା ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.