ମାଥିଉ 15

ଆଉ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, “ଏହି ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ; କାଳେ ବାଟରେ ଏମାନେ ମୂର୍ଚ୍ଛା ହୋଇଯାଇପାରନ୍ତି, ଏଥିପାଇଁ ସେମାନଙ୍କୁ ଅନାହାରରେ ବିଦାୟ ଦେବାକୁ ମୋହର ଇଚ୍ଛା ନାହିଁ।”

Matthew 15:32 (UKJV) Then Jesus called his disciples unto him, and said, I have compassion on the multitude, because they continue with me now three days, and have nothing to eat: and I will not send them away fasting, lest they faint in the way.

30ପୁଣି, ବହୁସଂଖ୍ୟକ ଲୋକ ଖଞ୍ଜ, ପଙ୍ଗୁ, ଅନ୍ଧ, ମୂକ ଓ ଅନ୍ୟାନ୍ୟ ଅନେକଙ୍କୁ ସାଙ୍ଗରେ ଘେନି ତାହାଙ୍କ ଛାମୁକୁ ଆସିଲେ ଏବଂ ସେମାନଙ୍କୁ ତାହାଙ୍କ ପାଦ ତଳେ ଥୋଇଦେଲେ, ପୁଣି, ସେ ସେମାନଙ୍କୁ ସୁସ୍ଥ କଲେ।

31ଏହି ରୂପେ ମୂକମାନେ ଯେ କଥା କହୁଅଛନ୍ତି, ପଙ୍ଗୁମାନେ ସୁସ୍ଥ ହୋଇଅଛନ୍ତି, ଖଞ୍ଜମାନେ ଚାଲୁଅଛନ୍ତି ଓ ଅନ୍ଧମାନେ ଦେଖୁଅଛନ୍ତି, ଏହା ଦେଖି ଲୋକସମୂହ ଚମତ୍କୃତ ହେଲେ, ପୁଣି, ଇସ୍ରାଏଲର ଈଶ୍ବରଙ୍କ ମହିମା କୀର୍ତ୍ତନ କଲେ।

32ଆଉ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, “ଏହି ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ; କାଳେ ବାଟରେ ଏମାନେ ମୂର୍ଚ୍ଛା ହୋଇଯାଇପାରନ୍ତି, ଏଥିପାଇଁ ସେମାନଙ୍କୁ ଅନାହାରରେ ବିଦାୟ ଦେବାକୁ ମୋହର ଇଚ୍ଛା ନାହିଁ।”

33ଶିଷ୍ୟମାନେ ତାହାଙ୍କୁ କହିଲେ, ଏତେ ଲୋକଙ୍କୁ ତୃପ୍ତ କରିବା ପାଇଁ ଆମ୍ଭେମାନେ ନିର୍ଜନ ସ୍ଥାନରେ କେଉଁଠାରୁ ଏତେ ରୁଟି ପାଇବା?

34ଯୀଶୁ ସେମାନଙ୍କୁ ପଚାରିଲେ, “ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି?” ସେମାନେ କହିଲେ, ସାତୋଟି, ପୁଣି, ଅଳ୍ପ କେତୋଟି ସାନ ମାଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.