36ଆଉ ଯୀଶୁ ସେହି ସାତୋଟି ରୁଟି ଓ ମାଛଗୁଡ଼ିକ ଘେନି ଧନ୍ୟବାଦ ଦେଇ ସେହିସବୁ ଶିଷ୍ୟମାନଙ୍କୁ ଦିଅନ୍ତେ ସେମାନେ ଲୋକସମୂହକୁ ଦେଲେ।
37ଆଉ ସମସ୍ତେ ଭୋଜନ କରି ପରିତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା, ତାହା ସେମାନେ ଉଠାଇ ସାତ ଟୋକେଇ ଭର୍ତ୍ତି କଲେ।
38ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ଚାରି ହଜାର ପୁରୁଷ ଥିଲେ।
39ଏଥିଉତ୍ତାରେ ସେ ଲୋକସମୂହକୁ ବିଦାୟ ଦେଇ ନୌକାରେ ଚଢ଼ି ମଗଦାନ ସୀମାକୁ ଆସିଲେ।