12ସେ ଯେ ରୁଟିର ଖମୀରଠାରୁ ସାବଧାନ ହୋଇ ରହିବା ପାଇଁ ନ କହି ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଶିକ୍ଷାରୁ ସାବଧାନ ହୋଇ ରହିବା ପାଇଁ ସେମାନଙ୍କୁ କହିଥିଲେ, ଏହା ସେମାନେ ସେତେବେଳେ ବୁଝିଲେ।
13ପରେ ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସି ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, “ମନୁଷ୍ୟପୁତ୍ର କିଏ ବୋଲି ଲୋକେ କଅଣ କହନ୍ତି?”
14ଏଥିରେ ସେମାନେ କହିଲେ, କେହି କେହି କହନ୍ତି, ବାପ୍ତିଜକ ଯୋହନ, କେହି କେହି ଏଲୀୟ, ଆଉ କେହି କେହି ଯିରିମୀୟ ଅବା ଭାବବାଦୀମାନଙ୍କ ମଧ୍ୟରୁ ଜଣେ।
15ସେ ସେମାନଙ୍କୁ ପଚାରିଲେ, “କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ?”
16ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଈଶ୍ବରଙ୍କ ପୁତ୍ର।