19ମୁଁ ତୁମ୍ଭଙ୍କୁ ସ୍ୱର୍ଗରାଜ୍ୟର ଚାବି ଦେବି, ଆଉ ତୁମ୍ଭେ ପୃଥିବୀରେ ଯାହା କିଛି ବନ୍ଦ କରିବ, ସ୍ୱର୍ଗରେ ତାହା ବନ୍ଦ ରହିବ, ପୁଣି, ପୃଥିବୀରେ ଯାହା କିଛି ମୁକ୍ତ କରିବ, ସ୍ୱର୍ଗରେ ତାହା ମୁକ୍ତ ରହିବ।”
20ସେତେବେଳେ ସେ ଯେ ଖ୍ରୀଷ୍ଟ ଅଟନ୍ତି, ଏହା କାହାକୁ ନ କହିବା ପାଇଁ ସେ ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ।
21ସେହି ସମୟଠାରୁ ଯୀଶୁ ଖ୍ରୀଷ୍ଟ ଆପଣା ଶିଷ୍ୟମାନଙ୍କୁ ବୁଝାଇବାକୁ ଲାଗିଲେ ଯେ, ତାହାଙ୍କୁ ଅବଶ୍ୟ ଯିରୂଶାଲମ ସହରକୁ ଯିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରୁ ଅନେକ ଦୁଃଖଭୋଗ କରି ହତ ହେବାକୁ ହେବ, ପୁଣି, ତୃତୀୟ ଦିବସରେ ପୁନରୁତ୍ଥାନ ହେବାକୁ ହେବ।
22ସେଥିରେ ପିତର ତାହାଙ୍କୁ ଅନ୍ୟ ଆଡ଼କୁ ଘେନିଯାଇ ଅନୁଯୋଗ କରି କହିବାକୁ ଲାଗିଲେ, ହେ ପ୍ରଭୁ, ଈଶ୍ବର ଆପଣଙ୍କୁ ଦୟା କରନ୍ତୁ, ଏହା ଆପଣଙ୍କ ପ୍ରତି କେବେ ହେଁ ନ ଘଟୁ।
23କିନ୍ତୁ ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, “ମୋ ଆଗରୁ ଦୂର ହୁଅ, ଶୟତାନ, ତୁମ୍ଭେ ମୋହର ବିଘ୍ନସ୍ୱରୂପ, କାରଣ ତୁମ୍ଭେ ଈଶ୍ବରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ।”