ମାଥିଉ 16

କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ପାଇବ।

Matthew 16:25 (UKJV) For whosoever will save his life shall lose it: and whosoever will lose his life for my sake shall find it.

23କିନ୍ତୁ ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, “ମୋ ଆଗରୁ ଦୂର ହୁଅ, ଶୟତାନ, ତୁମ୍ଭେ ମୋହର ବିଘ୍ନସ୍ୱରୂପ, କାରଣ ତୁମ୍ଭେ ଈଶ୍ବରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ।”

24ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ନେଇ ମୋହର ଅନୁଗମନ କରୁ।

25କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ପାଇବ।

26ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ? କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେବ?

27ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.