26ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ? କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେବ?
27ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ।
28ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟପୁତ୍ରଙ୍କର ଆପଣା ରାଜ୍ୟରେ ଆଗମନ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଅାସ୍ୱାଦ ପାଇବେ ନାହିଁ।”