ମାଥିଉ 17

ପୁଣି, ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ତେବେ ଶାସ୍ତ୍ରୀମାନେ କାହିଁକି କହନ୍ତି ଯେ, ପ୍ରଥମରେ ଅବଶ୍ୟ ଏଲୀୟଙ୍କର ଆଗମନ ହେବ?

Matthew 17:10 (UKJV) And his disciples asked him, saying, Why then say the scribes that Elijah must first come?

8ପୁଣି, ସେମାନେ ଉପରକୁ ଚାହିଁ କେବଳ ଯୀଶୁଙ୍କ ବିନା ଆଉ କାହାରିକୁ ଦେଖିଲେ ନାହିଁ।

9ସେମାନେ ପର୍ବତରୁ ଓହ୍ଲାଇବା ସମୟରେ ଯୀଶୁ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ମନୁଷ୍ୟପୁତ୍ର ମୃତମାନଙ୍କ ମଧ୍ୟରୁ ନ ଉଠିବା ପର୍ଯ୍ୟନ୍ତ ଏ ଦର୍ଶନର କଥା କାହାରିକୁ କୁହ ନାହିଁ।”

10ପୁଣି, ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ତେବେ ଶାସ୍ତ୍ରୀମାନେ କାହିଁକି କହନ୍ତି ଯେ, ପ୍ରଥମରେ ଅବଶ୍ୟ ଏଲୀୟଙ୍କର ଆଗମନ ହେବ?

11ସେ ଉତ୍ତର ଦେଲେ, “ଏଲୀୟ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ,

12କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଏଲୀୟ ତ ଆସି ସାରିଲେଣି, ମାତ୍ର ଲୋକେ ତାହାଙ୍କୁ ନ ଚିହ୍ନି ଯାହା ଇଚ୍ଛା, ତାହା ହିଁ ତାହାଙ୍କ ପ୍ରତି କରିଅଛନ୍ତି। ସେହି ପ୍ରକାରେ ମନୁଷ୍ୟପୁତ୍ର ମଧ୍ୟ ସେମାନଙ୍କ ହାତରେ ଦୁଃଖଭୋଗ କରିବାକୁ ଯାଉଅଛନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.