10ପୁଣି, ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ତେବେ ଶାସ୍ତ୍ରୀମାନେ କାହିଁକି କହନ୍ତି ଯେ, ପ୍ରଥମରେ ଅବଶ୍ୟ ଏଲୀୟଙ୍କର ଆଗମନ ହେବ?
11ସେ ଉତ୍ତର ଦେଲେ, “ଏଲୀୟ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ,
12କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଏଲୀୟ ତ ଆସି ସାରିଲେଣି, ମାତ୍ର ଲୋକେ ତାହାଙ୍କୁ ନ ଚିହ୍ନି ଯାହା ଇଚ୍ଛା, ତାହା ହିଁ ତାହାଙ୍କ ପ୍ରତି କରିଅଛନ୍ତି। ସେହି ପ୍ରକାରେ ମନୁଷ୍ୟପୁତ୍ର ମଧ୍ୟ ସେମାନଙ୍କ ହାତରେ ଦୁଃଖଭୋଗ କରିବାକୁ ଯାଉଅଛନ୍ତି।”
13ସେ ଯେ ସେମାନଙ୍କୁ ବାପ୍ତିଜକ ଯୋହନଙ୍କ ବିଷୟରେ କହିଲେ, ଶିଷ୍ୟମାନେ ସେତେବେଳେ ତାହା ବୁଝିଲେ।
14ପରେ ସେମାନେ ଲୋକମାନଙ୍କ ନିକଟକୁ ଆସନ୍ତେ ଜଣେ ଲୋକ ତାହାଙ୍କ ନିକଟକୁ ଆସି ଆଣ୍ଠୋଇପଡ଼ି କହିଲା,