18ଆଉ ଯୀଶୁ ଭୂତକୁ ଧମକାନ୍ତେ ସେ ତାହାଠାରୁ ବାହାରିଗଲା ଓ ବାଳକଟି ସେହି ମୁହୂର୍ତ୍ତରୁ ସୁସ୍ଥ ହେଲା।
19ଏହାପରେ ଶିଷ୍ୟମାନେ ଗୋପନରେ ଯୀଶୁଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ।
20ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ଅଳ୍ପ ବିଶ୍ୱାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ପର୍ବତକୁ ‘ଏଠାରୁ ସେଠାକୁ ଘୁଞ୍ଚିଯା’ ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ।
21କିନ୍ତୁ ପ୍ରାର୍ଥନା ଓ ଉପବାସ ବିନା ଅନ୍ୟ କୌଣସି ଉପାୟରେ ଏପ୍ରକାର ଭୂତ ବାହାରିଯାଏ ନାହିଁ।”
22ଆଉ ସେମାନେ ଗାଲିଲୀରେ ଏକତ୍ର ହେବା ସମୟରେ ଯୀଶୁ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି,