22ଆଉ ସେମାନେ ଗାଲିଲୀରେ ଏକତ୍ର ହେବା ସମୟରେ ଯୀଶୁ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି,
23ପୁଣି, ସେମାନେ ତାହାଙ୍କୁ ବଧ କରିବେ, ଆଉ ତୃତୀୟ ଦିବସରେ ସେ ଉଠିବେ। ଏଥିରେ ସେମାନେ ଅତ୍ୟନ୍ତ ଦୁଃଖିତ ହେଲେ।”
24ଏଥିମଧ୍ୟରେ ସେମାନେ କଫର୍ନାହୂମ ନଗରକୁ ଆସନ୍ତେ ମନ୍ଦିରର କର ଆଦାୟକାରୀ ଲୋକେ ପିତରଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭମାନଙ୍କର ଗୁରୁ କଅଣ ମନ୍ଦିରର କର ଦିଅନ୍ତି ନାହିଁ?
25ସେ କହିଲେ, ହଁ, ଦିଅନ୍ତି। ଆଉ ସେ ଘରକୁ ଆସିଲା ପରେ ଯୀଶୁ ଆଗେ ତାହାକୁ କହିଲେ, “ଶିମୋନ, ତୁମ୍ଭର ମତ କଅଣ? ପୃଥିବୀର ରାଜାମାନେ କାହା ପାଖରୁ କର ବା ରାଜସ୍ୱ ନିଅନ୍ତି? ସେମାନଙ୍କ ସନ୍ତାନଗଣଙ୍କଠାରୁ କିମ୍ବା ବିଦେଶୀମାନଙ୍କଠାରୁ?”
26ସେ ବିଦେଶୀମାନଙ୍କଠାରୁ ବୋଲି କହନ୍ତେ ଯୀଶୁ ତାହାଙ୍କୁ କହିଲେ, “ତେବେ ତ ପୁତ୍ରମାନେ ମୁକ୍ତ।