ମାଥିଉ 17

ସେ ବିଦେଶୀମାନଙ୍କଠାରୁ ବୋଲି କହନ୍ତେ ଯୀଶୁ ତାହାଙ୍କୁ କହିଲେ, “ତେବେ ତ ପୁତ୍ରମାନେ ମୁକ୍ତ।

Matthew 17:26 (UKJV) Peter says unto him, Of strangers. Jesus says unto him, Then are the children free.

24ଏଥିମଧ୍ୟରେ ସେମାନେ କଫର୍ନାହୂମ ନଗରକୁ ଆସନ୍ତେ ମନ୍ଦିରର କର ଆଦାୟକାରୀ ଲୋକେ ପିତରଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭମାନଙ୍କର ଗୁରୁ କଅଣ ମନ୍ଦିରର କର ଦିଅନ୍ତି ନାହିଁ?

25ସେ କହିଲେ, ହଁ, ଦିଅନ୍ତି। ଆଉ ସେ ଘରକୁ ଆସିଲା ପରେ ଯୀଶୁ ଆଗେ ତାହାକୁ କହିଲେ, “ଶିମୋନ, ତୁମ୍ଭର ମତ କଅଣ? ପୃଥିବୀର ରାଜାମାନେ କାହା ପାଖରୁ କର ବା ରାଜସ୍ୱ ନିଅନ୍ତି? ସେମାନଙ୍କ ସନ୍ତାନଗଣଙ୍କଠାରୁ କିମ୍ବା ବିଦେଶୀମାନଙ୍କଠାରୁ?”

26ସେ ବିଦେଶୀମାନଙ୍କଠାରୁ ବୋଲି କହନ୍ତେ ଯୀଶୁ ତାହାଙ୍କୁ କହିଲେ, “ତେବେ ତ ପୁତ୍ରମାନେ ମୁକ୍ତ।

27କିନ୍ତୁ ଆମ୍ଭେମାନେ ଯେପରି ସେମାନଙ୍କ ବିଘ୍ନର କାରଣ ନ ହେଉ, ଏଥିପାଇଁ ସମୁଦ୍ରକୁ ଯାଇ ବନଶି ପକାଅ, ଆଉ ପ୍ରଥମେ ଯେଉଁ ମାଛ ପଡ଼ିବ, ତାହାକୁ ଧରି ତାହାର ମୁଖ ଫିଟାଇଲେ ଗୋଟିଏ ରୌପ୍ୟ-ମୁଦ୍ରା ପାଇବ; ତାହା ନେଇ ମୋ ପାଇଁ ଓ ତୁମ୍ଭ ପାଇଁ ସେମାନଙ୍କୁ ଦିଅ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.