10ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି।
11[କାରଣ ଯାହା ହଜିଅଛି, ତାହା ରକ୍ଷା କରିବା ନିମନ୍ତେ ମନୁଷ୍ୟପୁତ୍ର ଆସିଅଛନ୍ତି।]
12ତୁମ୍ଭେମାନେ କଅଣ ମନେ କଲ? କୌଣସି ଲୋକର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ କଅଣ ଅନେଶତକୁ ପର୍ବତରେ ଛାଡ଼ି ସେ ଯାଇ ହଜିଯାଇଥିବା ମେଣ୍ଢାଟି ଖୋଜେ ନାହିଁ?
13ଆଉ ଯଦି ସେ ତାହାକୁ ପାଏ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଅନେଶତଟି ହଜି ଯାଇ ନ ଥିଲେ, ସେମାନଙ୍କ ଅପେକ୍ଷା ଏହି ଗୋଟିକ ଲାଗି ସେ ଅଧିକ ଆନନ୍ଦ କରେ।
14ସେହି ପ୍ରକାରେ ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଯେ ଗୋଟିଏ ବିନଷ୍ଟ ହୁଏ, ଏହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତାଙ୍କର ଇଚ୍ଛା ନୁହେଁ।