12ତୁମ୍ଭେମାନେ କଅଣ ମନେ କଲ? କୌଣସି ଲୋକର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ କଅଣ ଅନେଶତକୁ ପର୍ବତରେ ଛାଡ଼ି ସେ ଯାଇ ହଜିଯାଇଥିବା ମେଣ୍ଢାଟି ଖୋଜେ ନାହିଁ?
13ଆଉ ଯଦି ସେ ତାହାକୁ ପାଏ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଅନେଶତଟି ହଜି ଯାଇ ନ ଥିଲେ, ସେମାନଙ୍କ ଅପେକ୍ଷା ଏହି ଗୋଟିକ ଲାଗି ସେ ଅଧିକ ଆନନ୍ଦ କରେ।
14ସେହି ପ୍ରକାରେ ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଯେ ଗୋଟିଏ ବିନଷ୍ଟ ହୁଏ, ଏହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତାଙ୍କର ଇଚ୍ଛା ନୁହେଁ।
15ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇ କି ଲାଭ କଲ।
16କିନ୍ତୁ ଯଦି ସେ ନ ଶୁଣେ, ତେବେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣକୁ ନେଇ ଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ।