19ପୁନଶ୍ଚ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ପୃଥିବୀରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଇ ଜଣ ଯେକୌଣସି ବିଷୟ ଏକମନା ହୋଇ ଯାହା କିଛି ମାଗିବେ, ତାହା ମୋହର ସ୍ୱର୍ଗସ୍ଥ ପିତାଙ୍କ କର୍ତ୍ତୃକ ସେମାନଙ୍କ ପ୍ରତି ଘଟିବ।
20କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି।”
21ସେତେବେଳେ ପିତର ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ପ୍ରଭୁ, କେତେ ଥର ମୋହର ଭାଇ ମୋ ବିରୁଦ୍ଧରେ ପାପ କଲେ ମୁଁ କ୍ଷମା କରିବି?
22କି ସାତ ଥର ପର୍ଯ୍ୟନ୍ତ? ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭକୁ କେବଳ ସାତ ଥର ପର୍ଯ୍ୟନ୍ତ କହୁ ନାହିଁ,
23ମାତ୍ର ସତୁରି ଗୁଣ ସାତ ଥର ପର୍ଯ୍ୟନ୍ତ। ଅତଏବ, ସ୍ୱର୍ଗରାଜ୍ୟ ଆପଣା ଦାସମାନଙ୍କ ସହିତ ହିସାବ କରିବାକୁ ଇଚ୍ଛୁକ ଜଣେ ରାଜାଙ୍କ ସଦୃଶ।