23ମାତ୍ର ସତୁରି ଗୁଣ ସାତ ଥର ପର୍ଯ୍ୟନ୍ତ। ଅତଏବ, ସ୍ୱର୍ଗରାଜ୍ୟ ଆପଣା ଦାସମାନଙ୍କ ସହିତ ହିସାବ କରିବାକୁ ଇଚ୍ଛୁକ ଜଣେ ରାଜାଙ୍କ ସଦୃଶ।
24ସେ ହିସାବ ଆରମ୍ଭ କରନ୍ତେ ଦଶ ହଜାର ରୌପ୍ୟ-ମୁଦ୍ରା ଋଣ କରିଥିବା ଜଣେ ଦାସ ତାହାଙ୍କ ଛାମୁକୁ ଅଣାଗଲା।
25କିନ୍ତୁ ତାହାର ପରିଶୋଧ କରିବାକୁ କିଛି ନ ଥିବାରୁ ତାହାର ପ୍ରଭୁ ତାହାକୁ ଏବଂ ତାହାର ସ୍ତ୍ରୀ, ପିଲା-ପିଲି ଓ ସର୍ବସ୍ୱ ବିକ୍ରୟ କରି ପରିଶୋଧ ନେବାକୁ ଆଜ୍ଞା ଦେଲେ।
26ତେଣୁ ସେହି ଦାସ ତାହାଙ୍କୁ ଭୂମିଷ୍ଠ ପ୍ରଣାମ କରି କହିବାକୁ ଲାଗିଲା, ‘ଆପଣ ମୋ ବିଷୟରେ ଧୈର୍ଯ୍ୟ ଧରନ୍ତୁ, ମୁଁ ଆପଣକୁ ସବୁ ପରିଶୋଧ କରିଦେବି।’
27ସେଥିରେ ସେହି ଦାସର ପ୍ରଭୁ ଦୟା କରି ତାହାକୁ ମୁକ୍ତ କରିଦେଲେ ଓ ତାହାର ଋଣ କ୍ଷମା କଲେ।