ମାଥିଉ 18

ତେଣୁ ତାହାର ସହଦାସ ଭୂମିଷ୍ଠ ହୋଇ ତାହାକୁ ବିନତି କରି କହିବାକୁ ଲାଗିଲା, ‘ଆପଣ ମୋʼ ବିଷୟରେ ଧୈର୍ଯ୍ୟ ଧରନ୍ତୁ, ମୁଁ ଆପଣଙ୍କୁ ପରିଶୋଧ କରିଦେବି।’

Matthew 18:29 (UKJV) And his fellow servant fell down at his feet, and besought him, saying, Have patience with me, and I will pay you all.

27ସେଥିରେ ସେହି ଦାସର ପ୍ରଭୁ ଦୟା କରି ତାହାକୁ ମୁକ୍ତ କରିଦେଲେ ଓ ତାହାର ଋଣ କ୍ଷମା କଲେ।

28କିନ୍ତୁ ସେହି ଦାସ ବାହାରିଯାଇ ତାହାଠାରୁ ଏକ ଶହ ଦିନର ମଜୁରୀ ସମାନ ମୂଲ୍ୟ ଋଣ କରିଥିବା ଜଣେ ସହଦାସର ଦେଖା ପାଇ ତାହାକୁ ଧରି ତାହାର ଗଳା ଚିପି କହିବାକୁ ଲାଗିଲା, ତୁ ଯାହା ଧାରୁ, ଶୁଝିଦେ।

29ତେଣୁ ତାହାର ସହଦାସ ଭୂମିଷ୍ଠ ହୋଇ ତାହାକୁ ବିନତି କରି କହିବାକୁ ଲାଗିଲା, ‘ଆପଣ ମୋʼ ବିଷୟରେ ଧୈର୍ଯ୍ୟ ଧରନ୍ତୁ, ମୁଁ ଆପଣଙ୍କୁ ପରିଶୋଧ କରିଦେବି।’

30ମାତ୍ର ସେ ସମ୍ମତ ହେଲା ନାହିଁ, କିନ୍ତୁ ଯାଇ ଋଣ ପରିଶୋଧ ନ କରିବା ଯାଏ ତାହାକୁ କାରାଗାରରେ ପକାଇଦେଲା।

31ତେଣୁ ତାହାର ସହଦାସମାନେ ଏହି ଘଟଣା ଦେଖି ଅତ୍ୟନ୍ତ ଦୁଃଖିତ ହେଲେ ଓ ଯାଇ ସେମାନଙ୍କ ପ୍ରଭୁଙ୍କୁ ସମସ୍ତ ଘଟଣା ବର୍ଣ୍ଣନା କରି ଜଣାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.