29ତେଣୁ ତାହାର ସହଦାସ ଭୂମିଷ୍ଠ ହୋଇ ତାହାକୁ ବିନତି କରି କହିବାକୁ ଲାଗିଲା, ‘ଆପଣ ମୋʼ ବିଷୟରେ ଧୈର୍ଯ୍ୟ ଧରନ୍ତୁ, ମୁଁ ଆପଣଙ୍କୁ ପରିଶୋଧ କରିଦେବି।’
30ମାତ୍ର ସେ ସମ୍ମତ ହେଲା ନାହିଁ, କିନ୍ତୁ ଯାଇ ଋଣ ପରିଶୋଧ ନ କରିବା ଯାଏ ତାହାକୁ କାରାଗାରରେ ପକାଇଦେଲା।
31ତେଣୁ ତାହାର ସହଦାସମାନେ ଏହି ଘଟଣା ଦେଖି ଅତ୍ୟନ୍ତ ଦୁଃଖିତ ହେଲେ ଓ ଯାଇ ସେମାନଙ୍କ ପ୍ରଭୁଙ୍କୁ ସମସ୍ତ ଘଟଣା ବର୍ଣ୍ଣନା କରି ଜଣାଇଲେ।
32ସେଥିରେ ତାହାର ପ୍ରଭୁ ତାହାକୁ ପାଖକୁ ଡକାଇ କହିଲେ ‘ରେ ଦୁଷ୍ଟ ଦାସ, ତୁ ମୋତେ ବିନତି କରିବାରୁ ମୁଁ ତୋର ସେହି ସମସ୍ତ ଋଣ କ୍ଷମା କଲି;
33ମୁଁ ଯେରୂପେ ତୋତେ ଦୟା କଲି, ସେରୂପେ ମଧ୍ୟ ଆପଣାର ସହଦାସକୁ କ୍ଷମା କରିବା ତୋହର କର୍ତ୍ତବ୍ୟ ନ ଥିଲା?’