31ତେଣୁ ତାହାର ସହଦାସମାନେ ଏହି ଘଟଣା ଦେଖି ଅତ୍ୟନ୍ତ ଦୁଃଖିତ ହେଲେ ଓ ଯାଇ ସେମାନଙ୍କ ପ୍ରଭୁଙ୍କୁ ସମସ୍ତ ଘଟଣା ବର୍ଣ୍ଣନା କରି ଜଣାଇଲେ।
32ସେଥିରେ ତାହାର ପ୍ରଭୁ ତାହାକୁ ପାଖକୁ ଡକାଇ କହିଲେ ‘ରେ ଦୁଷ୍ଟ ଦାସ, ତୁ ମୋତେ ବିନତି କରିବାରୁ ମୁଁ ତୋର ସେହି ସମସ୍ତ ଋଣ କ୍ଷମା କଲି;
33ମୁଁ ଯେରୂପେ ତୋତେ ଦୟା କଲି, ସେରୂପେ ମଧ୍ୟ ଆପଣାର ସହଦାସକୁ କ୍ଷମା କରିବା ତୋହର କର୍ତ୍ତବ୍ୟ ନ ଥିଲା?’
34ଆଉ, ତାହାର ପ୍ରଭୁ ରାଗିଯାଇ ସମସ୍ତ ଋଣ ପରିଶୋଧ ନ କରିବା ପର୍ଯ୍ୟନ୍ତ ତାହାକୁ ଯନ୍ତ୍ରଣା ଦେବା ଲୋକମାନଙ୍କ ହାତରେ ସମର୍ପଣ କଲେ।
35ତୁମ୍ଭେ ପ୍ରତ୍ୟେକ ଜଣ ଯଦି ଅନ୍ତର ସହ ଆପଣା ଆପଣା ଭାଇକୁ କ୍ଷମା ନ କର, ତାହାହେଲେ ମୋହର ସ୍ୱର୍ଗସ୍ଥ ପିତା ହିଁ ତୁମ୍ଭମାନଙ୍କ ପ୍ରତି ସେହି ପ୍ରକାର କରିବେ।”