4ଅତଏବ ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ୱର୍ଗରାଜ୍ୟରେ ଶ୍ରେଷ୍ଠ।
5ଆଉ ଯେ କେହି ମୋ ନାମରେ ଏହିପରି ଗୋଟିଏ ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ;
6କିନ୍ତୁ ଯେ କେହି ମୋʼଠାରେ ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ମହାସାଗରରେ ଅଗାଧ ଜଳରେ ବୁଡ଼ାଇ ଦିଆଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।
7ହାୟ, ସଂସାର ବିଘ୍ନ ସକାଶେ ସନ୍ତାପର ପାତ୍ର; ବିଘ୍ନ ତ ନିଶ୍ଚୟ ଘଟିବ, କିନ୍ତୁ ହାୟ, ଯେଉଁ ଲୋକ ଦ୍ୱାରା ବିଘ୍ନ ଘଟେ, ସେ ସନ୍ତାପର ପାତ୍ର।
8ତୁମ୍ଭର ହସ୍ତ ଅବା ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ; ଦୁଇ ହସ୍ତ ଓ ଦୁଇ ପାଦ ନେଇ ଅନନ୍ତ ଅଗ୍ନିରେ ପଡ଼ିବା ଅପେକ୍ଷା ବରଂ ପଙ୍ଗୁ ଅବା ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ।