ମାଥିଉ 18

ହାୟ, ସଂସାର ବିଘ୍ନ ସକାଶେ ସନ୍ତାପର ପାତ୍ର; ବିଘ୍ନ ତ ନିଶ୍ଚୟ ଘଟିବ, କିନ୍ତୁ ହାୟ, ଯେଉଁ ଲୋକ ଦ୍ୱାରା ବିଘ୍ନ ଘଟେ, ସେ ସନ୍ତାପର ପାତ୍ର।

Matthew 18:7 (UKJV) Woe unto the world because of offences! for it must essentially be that offences come; but woe to that man by whom the offence comes!

5ଆଉ ଯେ କେହି ମୋ ନାମରେ ଏହିପରି ଗୋଟିଏ ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ;

6କିନ୍ତୁ ଯେ କେହି ମୋʼଠାରେ ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ମହାସାଗରରେ ଅଗାଧ ଜଳରେ ବୁଡ଼ାଇ ଦିଆଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।

7ହାୟ, ସଂସାର ବିଘ୍ନ ସକାଶେ ସନ୍ତାପର ପାତ୍ର; ବିଘ୍ନ ତ ନିଶ୍ଚୟ ଘଟିବ, କିନ୍ତୁ ହାୟ, ଯେଉଁ ଲୋକ ଦ୍ୱାରା ବିଘ୍ନ ଘଟେ, ସେ ସନ୍ତାପର ପାତ୍ର।

8ତୁମ୍ଭର ହସ୍ତ ଅବା ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ; ଦୁଇ ହସ୍ତ ଓ ଦୁଇ ପାଦ ନେଇ ଅନନ୍ତ ଅଗ୍ନିରେ ପଡ଼ିବା ଅପେକ୍ଷା ବରଂ ପଙ୍ଗୁ ଅବା ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ।

9ଆଉ, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହାକୁ ଉପାଡ଼ି ଫୋପାଡ଼ିଦିଅ; ଦୁଇ ଚକ୍ଷୁ ନେଇ ଅଗ୍ନିମୟ ନର୍କରେ ପଡ଼ିବା ଅପେକ୍ଷା ବରଂ ଏକ ଚକ୍ଷୁ ନେଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.