12କାରଣ କେହି କେହି ମାତାର ଗର୍ଭରୁ ନପୁଂସକ ହୋଇ ଜନ୍ମ ହୋଇଅଛନ୍ତି, ଆଉ କେହି କେହି ମନୁଷ୍ୟମାନଙ୍କ ଦ୍ୱାରା ନପୁଂସକ କରାଯାଇଅଛନ୍ତି, ପୁଣି, ଆଉ କେହି କେହି ସ୍ୱର୍ଗରାଜ୍ୟ ସକାଶେ ଆପଣା ଆପଣାକୁ ନପୁଂସକ କରିଅଛନ୍ତି। ଯେଉଁ ଲୋକ ଗ୍ରହଣ କରିପାରେ, ସେ ଗ୍ରହଣ କରୁ।”
13ସେତେବେଳେ ଯୀଶୁ ଯେପରି ଶିଶୁମାନଙ୍କ ଉପରେ ହାତ ରଖି ପ୍ରାର୍ଥନା କରନ୍ତି, ଏଥିପାଇଁ ସେମାନେ ତାହାଙ୍କ ନିକଟକୁ ଅଣାଗଲେ। ମାତ୍ର ଶିଷ୍ୟମାନେ ଆଣୁଥିବା ଲୋକମାନଙ୍କୁ ଧମକ ଦେଲେ।
14କିନ୍ତୁ ଯୀଶୁ କହିଲେ, “ଶିଶୁମାନଙ୍କୁ ଛାଡ଼ିଦିଅ, ସେମାନଙ୍କୁ ମୋ ପାଖକୁ ଆସିବାକୁ ମନା କର ନାହିଁ, କାରଣ ସ୍ୱର୍ଗରାଜ୍ୟ ଏହି ପ୍ରକାର ଲୋକମାନଙ୍କର।”
15ଆଉ, ସେ ସେମାନଙ୍କ ଉପରେ ହାତ ରଖି ସେଠାରୁ ଚାଲିଗଲେ।
16ଆଉ ଦେଖ, ଜଣେ ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୁଁ କେଉଁ ସତ୍କର୍ମ କରିବି?