9ସେଥିରେ ସେମାନେ ରାଜାଙ୍କ କଥା ଶୁଣି ଚାଲିଗଲେ; ଆଉ ଦେଖ, ସେମାନେ ପୂର୍ବଦେଶରେ ଯେଉଁ ତାରା ଦେଖିଥିଲେ, ତାହା ସେମାନଙ୍କ ଆଗେ ଆଗେ ଯାଇ, ଯେଉଁଠାରେ ଶିଶୁ ଥିଲେ, ଶେଷରେ ସେହି ସ୍ଥାନ ଉପରେ ରହିଗଲା।
10ସେମାନେ ତାରା ଦେଖି ମହାନନ୍ଦରେ ଅତିଶୟ ଆନନ୍ଦିତ ହେଲେ,
11ଆଉ, ଘର ଭିତରକୁ ଯାଇ ଶିଶୁଙ୍କୁ ତାହାଙ୍କ ମାତା ମରୀୟମଙ୍କ ସଙ୍ଗରେ ଦେଖି, ତାହାଙ୍କୁ ଭୂମିଷ୍ଠ ପ୍ରଣାମ କଲେ ଏବଂ ଆରାଧନା କଲେ, ପୁଣି, ଆପଣା ଆପଣା ପେଡ଼ି ଫିଟାଇ ତାହାଙ୍କୁ ସୁନା, କୁନ୍ଦୁରୁ ଓ ଗନ୍ଧରସ ଉପହାର ଦେଲେ।
12ପରେ ହେରୋଦଙ୍କ ନିକଟକୁ ବାହୁଡ଼ି ନ ଯିବାକୁ ସ୍ୱପ୍ନରେ ସତର୍କବାଣୀ ପାଇ ସେମାନେ ଅନ୍ୟ ପଥ ଦେଇ ଆପଣା ଦେଶକୁ ଚାଲିଗଲେ।
13ସେମାନେ ଚାଲିଯିବା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, “ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଅ, ପୁଣି, ଆମ୍ଭେ ତୁମ୍ଭକୁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ, କାରଣ ଶିଶୁଙ୍କୁ ବିନାଶ କରିବା ନିମନ୍ତେ ହେରୋଦ ତାହାଙ୍କୁ ଅନ୍ୱେଷଣ କରିବାକୁ ଉଦ୍ୟତ।”