ମାଥିଉ 2

ଏଥିରେ ସେ ଉଠି ରାତ୍ରିରେ ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଇଗଲେ,

Matthew 2:14 (UKJV) When he arose, he took the young child and his mother by night, and departed into Egypt:

12ପରେ ହେରୋଦଙ୍କ ନିକଟକୁ ବାହୁଡ଼ି ନ ଯିବାକୁ ସ୍ୱପ୍ନରେ ସତର୍କବାଣୀ ପାଇ ସେମାନେ ଅନ୍ୟ ପଥ ଦେଇ ଆପଣା ଦେଶକୁ ଚାଲିଗଲେ।

13ସେମାନେ ଚାଲିଯିବା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, “ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଅ, ପୁଣି, ଆମ୍ଭେ ତୁମ୍ଭକୁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ, କାରଣ ଶିଶୁଙ୍କୁ ବିନାଶ କରିବା ନିମନ୍ତେ ହେରୋଦ ତାହାଙ୍କୁ ଅନ୍ୱେଷଣ କରିବାକୁ ଉଦ୍ୟତ।”

14ଏଥିରେ ସେ ଉଠି ରାତ୍ରିରେ ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଇଗଲେ,

15ଆଉ ହେରୋଦଙ୍କ ମରଣ ପର୍ଯ୍ୟନ୍ତ ସେଠାରେ ରହିଲେ, ଯେପରି ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, “ମିସରରୁ ଆମ୍ଭେ ଆପଣା ପୁତ୍ରଙ୍କୁ ଆହ୍ୱାନ କଲୁ।”

16ଇତିମଧ୍ୟରେ ହେରୋଦ ପଣ୍ଡିତମାନଙ୍କ ଦ୍ୱାରା ଆପଣାକୁ ପ୍ରବଞ୍ଚିତ ହେବା ଦେଖି ରାଗିଗଲେ, ଆଉ ସେମାନଙ୍କ ନିକଟରୁ ଉତ୍ତମ ରୂପେ ଯେଉଁ ସମୟରେ ବୁଝିଥିଲେ, ତଦନୁସାରେ ଦୁଇ ବର୍ଷ ଓ ସେଥିରୁ କମ୍ ବୟସ୍କ ଯେତେ ବାଳକ ବେଥଲିହିମ ପୁଣି, ସେଥିର ସମସ୍ତ ସୀମା ମଧ୍ୟରେ ଥିଲେ, ଲୋକ ପଠାଇ ସେହି ସମସ୍ତଙ୍କୁ ବଧ କରାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.