18“ରାମାରେ ସ୍ୱର ଶୁଣାଗଲା, ରୋଦନ ଓ ଅତିଶୟ ବିଳାପ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଥିଲେ; ଆଉ ସେମାନେ ନାହାନ୍ତି ବୋଲି ସେ ସାନ୍ତ୍ୱନାର କଥା ମାନିବାକୁ ଇଚ୍ଛା କରୁ ନ ଥିଲେ।”
19ହେରୋଦଙ୍କ ମୃତ୍ୟୁ ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ମିସରରେ ଯୋଷେଫଙ୍କୁ ସ୍ୱପ୍ନରେ ଦର୍ଶନ ଦେଇ କହିଲେ,
20“ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଯାଅ, କାରଣ ଯେଉଁମାନେ ଶିଶୁଙ୍କ ପ୍ରାଣ ବିନାଶ କରିବା ନିମନ୍ତେ ଚେଷ୍ଟା କରୁଥିଲେ, ସେମାନଙ୍କର ମୃତ୍ୟୁ ଘଟିଅଛି।”
21ସେଥିରେ ସେ ଉଠି ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଆସିଲେ।
22ମାତ୍ର ଆର୍ଖିଲାୟ ଆପଣା ପିତା ହେରୋଦଙ୍କ ସ୍ଥାନରେ ଯିହୂଦିୟା ପ୍ରଦେଶର ରାଜା ହୋଇଅଛନ୍ତି, ଏହା ଶୁଣି ସେଠାକୁ ଯିବା ପାଇଁ ସେ ଭୟ କଲେ; କିନ୍ତୁ ସ୍ୱପ୍ନରେ ପ୍ରତ୍ୟାଦେଶ ପାଇ ସେ ଗାଲିଲୀ ଅଞ୍ଚଳକୁ ପଳାଇଗଲେ