ମାଥିଉ 2

ସେଥିରେ ସେ ଉଠି ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଆସିଲେ।

Matthew 2:21 (UKJV) And he arose, and took the young child and his mother, and came into the land of Israel.

19ହେରୋଦଙ୍କ ମୃତ୍ୟୁ ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ମିସରରେ ଯୋଷେଫଙ୍କୁ ସ୍ୱପ୍ନରେ ଦର୍ଶନ ଦେଇ କହିଲେ,

20“ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଯାଅ, କାରଣ ଯେଉଁମାନେ ଶିଶୁଙ୍କ ପ୍ରାଣ ବିନାଶ କରିବା ନିମନ୍ତେ ଚେଷ୍ଟା କରୁଥିଲେ, ସେମାନଙ୍କର ମୃତ୍ୟୁ ଘଟିଅଛି।”

21ସେଥିରେ ସେ ଉଠି ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଆସିଲେ।

22ମାତ୍ର ଆର୍ଖିଲାୟ ଆପଣା ପିତା ହେରୋଦଙ୍କ ସ୍ଥାନରେ ଯିହୂଦିୟା ପ୍ରଦେଶର ରାଜା ହୋଇଅଛନ୍ତି, ଏହା ଶୁଣି ସେଠାକୁ ଯିବା ପାଇଁ ସେ ଭୟ କଲେ; କିନ୍ତୁ ସ୍ୱପ୍ନରେ ପ୍ରତ୍ୟାଦେଶ ପାଇ ସେ ଗାଲିଲୀ ଅଞ୍ଚଳକୁ ପଳାଇଗଲେ

23ଓ ନାଜରିତ ନାମକ ନଗରରେ ଯାଇ ବାସ କଲେ, ଯେପରି ଭାବବାଦୀମାନଙ୍କ ଦ୍ୱାରା ଉକ୍ତ ବାକ୍ୟ ସଫଳ ହୁଏ ଯେ, “ସେ ନାଜରିତୀୟ ବୋଲି ଖ୍ୟାତ ହେବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.