ମାଥିଉ 2

ଏହା ଶୁଣି ହେରୋଦ ରାଜା ଓ ତାହାଙ୍କ ସହିତ ସମସ୍ତ ଯିରୂଶାଲମ ନିବାସୀ ଉଦ୍‌ବିଗ୍ନ ହେଲେ;

Matthew 2:3 (UKJV) When Herod the king had heard these things, he was troubled, and all Jerusalem with him.

1ହେରୋଦ ରାଜାଙ୍କ ସମୟରେ ଯିହୂଦିୟା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ପରେ, ଦେଖ, ପୂର୍ବ ଦିଗରେ ଥିବା ଦେଶରୁ କେତେକ ପଣ୍ଡିତ ଯିରୂଶାଲମ ସହରକୁ ଆସି କହିଲେ,

2“ଯିହୁଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ? କାରଣ ଆମ୍ଭେମାନେ ପୂର୍ବ ଦିଗରେ ତାହାଙ୍କ ତାରା ଦେଖି ତାହାଙ୍କୁ ଆରାଧନା କରିବାକୁ ଆସିଅଛୁ।”

3ଏହା ଶୁଣି ହେରୋଦ ରାଜା ଓ ତାହାଙ୍କ ସହିତ ସମସ୍ତ ଯିରୂଶାଲମ ନିବାସୀ ଉଦ୍‌ବିଗ୍ନ ହେଲେ;

4ପୁଣି, ସେ ଲୋକଙ୍କର ସମସ୍ତ ପ୍ରଧାନ ଯାଜକ ଓ ଶାସ୍ତ୍ରୀଙ୍କୁ ଏକତ୍ର କରି, ଖ୍ରୀଷ୍ଟ କେଉଁଠାରେ ଜନ୍ମଗ୍ରହଣ କରିବେ, ତାହା ସେମାନଙ୍କଠାରୁ ବୁଝିବା ପାଇଁ ଚେଷ୍ଟା କଲେ।

5ସେମାନେ ତାହାଙ୍କୁ କହିଲେ, ଯିହୂଦିୟା ପ୍ରଦେଶର ବେଥଲିହିମରେ, କାରଣ ଭାବବାଦୀଙ୍କ ଦ୍ୱାରା ଏପରି ଲେଖାଅଛି,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.