ମାଥିଉ 2

ସେମାନେ ତାହାଙ୍କୁ କହିଲେ, ଯିହୂଦିୟା ପ୍ରଦେଶର ବେଥଲିହିମରେ, କାରଣ ଭାବବାଦୀଙ୍କ ଦ୍ୱାରା ଏପରି ଲେଖାଅଛି,

Matthew 2:5 (UKJV) And they said unto him, In Bethlehem of Judaea: for thus it is written by the prophet,

3ଏହା ଶୁଣି ହେରୋଦ ରାଜା ଓ ତାହାଙ୍କ ସହିତ ସମସ୍ତ ଯିରୂଶାଲମ ନିବାସୀ ଉଦ୍‌ବିଗ୍ନ ହେଲେ;

4ପୁଣି, ସେ ଲୋକଙ୍କର ସମସ୍ତ ପ୍ରଧାନ ଯାଜକ ଓ ଶାସ୍ତ୍ରୀଙ୍କୁ ଏକତ୍ର କରି, ଖ୍ରୀଷ୍ଟ କେଉଁଠାରେ ଜନ୍ମଗ୍ରହଣ କରିବେ, ତାହା ସେମାନଙ୍କଠାରୁ ବୁଝିବା ପାଇଁ ଚେଷ୍ଟା କଲେ।

5ସେମାନେ ତାହାଙ୍କୁ କହିଲେ, ଯିହୂଦିୟା ପ୍ରଦେଶର ବେଥଲିହିମରେ, କାରଣ ଭାବବାଦୀଙ୍କ ଦ୍ୱାରା ଏପରି ଲେଖାଅଛି,

6“ଆଉ ଗୋ ଯିହୂଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୂଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋʼଠାରୁ ଆସିବେ।”

7ତାହାପରେ ହେରୋଦ ପଣ୍ଡିତମାନଙ୍କୁ ଗୋପନରେ ଡାକି, ସେହି ତାରା କେଉଁ ସମୟରେ ଦେଖାଗଲା, ଏହା ସେମାନଙ୍କଠାରୁ ଠିକ୍ ଭାବରେ ବୁଝିନେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.