ମାଥିଉ 2

ସେଥିରେ ସେମାନେ ରାଜାଙ୍କ କଥା ଶୁଣି ଚାଲିଗଲେ; ଆଉ ଦେଖ, ସେମାନେ ପୂର୍ବଦେଶରେ ଯେଉଁ ତାରା ଦେଖିଥିଲେ, ତାହା ସେମାନଙ୍କ ଆଗେ ଆଗେ ଯାଇ, ଯେଉଁଠାରେ ଶିଶୁ ଥିଲେ, ଶେଷରେ ସେହି ସ୍ଥାନ ଉପରେ ରହିଗଲା।

Matthew 2:9 (UKJV) When they had heard the king, they departed; and, lo, the star, which they saw in the east, went before them, till it came and stood over where the young child was.

7ତାହାପରେ ହେରୋଦ ପଣ୍ଡିତମାନଙ୍କୁ ଗୋପନରେ ଡାକି, ସେହି ତାରା କେଉଁ ସମୟରେ ଦେଖାଗଲା, ଏହା ସେମାନଙ୍କଠାରୁ ଠିକ୍ ଭାବରେ ବୁଝିନେଲେ।

8ପୁଣି, ସେ ସେମାନଙ୍କୁ ବେଥଲିହିମକୁ ପଠାଇ କହିଲେ, “ଆପଣମାନେ ଯାଇ ସେହି ଶିଶୁଙ୍କ ସମ୍ବନ୍ଧରେ ଠିକ୍ ଭାବରେ ଅନୁସନ୍ଧାନ କରନ୍ତୁ, ଆଉ ସନ୍ଧାନ ପାଇଲାକ୍ଷଣି ଆମ୍ଭକୁ ସମ୍ବାଦ ଦିଅନ୍ତୁ, ଯେପରି ଆମ୍ଭେ ମଧ୍ୟ ଯାଇ ତାହାଙ୍କୁ ପ୍ରଣାମ କରିବା।”

9ସେଥିରେ ସେମାନେ ରାଜାଙ୍କ କଥା ଶୁଣି ଚାଲିଗଲେ; ଆଉ ଦେଖ, ସେମାନେ ପୂର୍ବଦେଶରେ ଯେଉଁ ତାରା ଦେଖିଥିଲେ, ତାହା ସେମାନଙ୍କ ଆଗେ ଆଗେ ଯାଇ, ଯେଉଁଠାରେ ଶିଶୁ ଥିଲେ, ଶେଷରେ ସେହି ସ୍ଥାନ ଉପରେ ରହିଗଲା।

10ସେମାନେ ତାରା ଦେଖି ମହାନନ୍ଦରେ ଅତିଶୟ ଆନନ୍ଦିତ ହେଲେ,

11ଆଉ, ଘର ଭିତରକୁ ଯାଇ ଶିଶୁଙ୍କୁ ତାହାଙ୍କ ମାତା ମରୀୟମଙ୍କ ସଙ୍ଗରେ ଦେଖି, ତାହାଙ୍କୁ ଭୂମିଷ୍ଠ ପ୍ରଣାମ କଲେ ଏବଂ ଆରାଧନା କଲେ, ପୁଣି, ଆପଣା ଆପଣା ପେଡ଼ି ଫିଟାଇ ତାହାଙ୍କୁ ସୁନା, କୁନ୍ଦୁରୁ ଓ ଗନ୍ଧରସ ଉପହାର ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.