ମାଥିଉ 20

କିନ୍ତୁ ତାହା ପାଇ ସେମାନେ ଘରର କର୍ତ୍ତାଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ,

Matthew 20:11 (UKJV) And when they had received it, they murmured against the goodman of the house,

9ସେଥିରେ ଯେଉଁମାନେ ପ୍ରାୟ ପାଞ୍ଚଟା ସମୟରେ ମୂଲ ଲଗାଯାଇଥିଲେ, ସେମାନେ ଆସି ଏକ ଦିନର ମୂଲ ଲେଖାଏଁ ପାଇଲେ।

10ପୁଣି, ପ୍ରଥମେ ଲଗାଯାଇଥିବା ମୂଲିଆମାନେ ଆସି ଅଧିକ ପାଇବେ ବୋଲି ମନେ କଲେ; ମାତ୍ର ସେମାନେ ମଧ୍ୟ ଏକ ଦିନର ମୂଲ ଲେଖାଏଁ ପାଇଲେ।

11କିନ୍ତୁ ତାହା ପାଇ ସେମାନେ ଘରର କର୍ତ୍ତାଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ,

12‘ଏହି ଶେଷର ଲୋକମାନେ ଘଣ୍ଟାଏ ମାତ୍ର କାମ କଲେ, ଆଉ ଆମ୍ଭେମାନେ ଦିନଯାକ ଖଟି ଖଟି ଖରାରେ ଜଳି ପୋଡ଼ିଗଲେ ସୁଦ୍ଧା ତୁମ୍ଭେ ସେମାନଙ୍କୁ ଆମ୍ଭମାନଙ୍କ ସମାନ କଲ।’

13କିନ୍ତୁ ସେ ସେମାନଙ୍କ ମଧ୍ୟରୁ ଜଣକୁ ଉତ୍ତର ଦେଲେ, ‘ଭାଇ, ତୋʼ ପ୍ରତି ମୁଁ ଅନ୍ୟାୟ କରୁ ନାହିଁ; ତୁ କଅଣ ମୋ ସାଙ୍ଗରେ ଏକ ଦିନର ମୂଲ ପାଇଁ ଚୁକ୍ତି କରି ନ ଥିଲୁ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.