13କିନ୍ତୁ ସେ ସେମାନଙ୍କ ମଧ୍ୟରୁ ଜଣକୁ ଉତ୍ତର ଦେଲେ, ‘ଭାଇ, ତୋʼ ପ୍ରତି ମୁଁ ଅନ୍ୟାୟ କରୁ ନାହିଁ; ତୁ କଅଣ ମୋ ସାଙ୍ଗରେ ଏକ ଦିନର ମୂଲ ପାଇଁ ଚୁକ୍ତି କରି ନ ଥିଲୁ?
14ତୋର ଯାହା, ତାହା ନେଇ ଚାଲିଯା, କିନ୍ତୁ ଏହି ଶେଷ ଲୋକକୁ ସୁଦ୍ଧା ତୋʼ ପରି ଦେବା ପାଇଁ ମୋହର ଇଚ୍ଛା।
15ନିଜ ସମ୍ପତ୍ତିକୁ ନିଜ ଇଚ୍ଛାନୁସାରେ ବ୍ୟବହାର କରିବାକୁ କଅଣ ମୋହର ଅଧିକାର ନାହିଁ? ନା ମୁଁ ଦାନଶୀଳ ହେବାରୁ ତୁ ଈର୍ଷାଦୃଷ୍ଟି କରୁଅଛୁ?’
16ସେହିପରି ଶେଷରେ ଥିବା ଲୋକେ ପ୍ରଥମେ ହେବେ ଓ ପ୍ରଥମରେ ଥିବା ଲୋକେ ଶେଷରେ ପଡ଼ିବେ।”
17ଯୀଶୁ ଯିରୂଶାଲମ ସହରକୁ ଯାତ୍ରା କରିବା ନିମନ୍ତେ ଉଦ୍ୟତ ହେଉଥିବା ସମୟରେ ଦ୍ୱାଦଶଙ୍କୁ ପୃଥକ୍ କରି ପଥ ମଧ୍ୟରେ ସେମାନଙ୍କୁ କହିଲେ,