22କିନ୍ତୁ ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କଅଣ ମାଗୁଅଛ, ତାହା ଜାଣୁ ନାହଁ। ମୁଁ ଯେଉଁ ପାତ୍ରରେ ପାନ କରିବାକୁ ଯାଉଅଛି, ସେଥିରେ କି ତୁମ୍ଭେମାନେ ପାନ କରିପାର?”
23ସେମାନେ ତାହାଙ୍କୁ କହିଲେ, ପାରୁ। ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମୋହର ପାତ୍ରରେ ପାନ କରିବ ସତ, କିନ୍ତୁ ମୋହର ଦକ୍ଷିଣ ଓ ବାମ ପାର୍ଶ୍ୱରେ ବସିବାକୁ ଦେବା ମୋହର ଅଧିକାରର ବିଷୟ ନୁହେଁ, ବରଂ ଯେଉଁମାନଙ୍କ ନିମନ୍ତେ ମୋହର ପିତାଙ୍କ ଦ୍ୱାରା ସ୍ଥାନ ପ୍ରସ୍ତୁତ କରାଯାଇଅଛି, ସେମାନେ ବସିବେ।”
24ଅନ୍ୟ ଦଶ ଜଣ ଶିଷ୍ୟ ଏହା ଶୁଣି ସେହି ଦୁଇ ଭାଇଙ୍କ ଉପରେ ବିରକ୍ତ ହେଲେ।
25କିନ୍ତୁ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, “ଅଣଯିହୁଦୀମାନଙ୍କ ଶାସନକର୍ତ୍ତାମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି ଓ ମହାନ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି, ଏହା ତୁମ୍ଭେମାନେ ଜାଣ।
26ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ, କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ,